Accident
ଟ୍ରକ୍ ଧକ୍କାରେ ବାଇକ୍ ଅରୋହୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇ ମେଡ଼ିକାଲ୍ରେ ଚିକିତ୍ସିତ ହେଉଛନ୍ତି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବଲାଙ୍ଗିର ଜିଲ୍ଲା ଲୋଇସିଂହା-ଭରସୁଜା ରାସ୍ତାର ପତରାପାଲି ଛକରେ ଘଟିଛି।
ବରଗଡ଼ ଜିଲ୍ଲା ଗାଇସିଲେଟ ଅଂଚଳର ରିଭ୍ୟୁ ପାଣ୍ଡେ ଓ ତାଙ୍କର ଦୁଇ ସାଙ୍ଗ ବାଇକ୍ରେ ଯାଉଥିଲେ। ପତରାପାଲି ଛକରେ ସମ୍ମୁଖରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଘଟଣା ସ୍ଥଳରେ ରିଭ୍ୟୁଙ୍କ ମୃତ୍ୟ ଘଟିଥିଲା। ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲା। ସେହି ରାସ୍ତା ଦେଇ ଯାଇ ଯାଉଥିବା ଲୋଇସିଂହା ବ୍ଲକ୍ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ସେମାନଙ୍କୁ ଉଦ୍ଧାରକରି ଲୋଇସିଂହା ହସ୍ପିଟାଲରେ ଭର୍ତ୍ତି କରିଥିଲେ।
ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍ବେଗ ଜନକ ରହିଛି। ସେପଟେ ବାଇକକୁ ଧକ୍କାଦେଇ ଫେରାର ମାରିଛି ଟ୍ରକ୍। ଲୋଇସିଂହା ଥାନା ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି।
ରିପୋର୍ଟ-ବଲାଙ୍ଗିରରୁ ଘଟେଶ୍ୱର ମିଶ୍ର
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
