ବାଇକ୍ ଦୁର୍ଘଟଣାରେ ବ୍ଲକ୍ ଅଧ୍ୟକ୍ଷାଙ୍କ ସ୍ୱାମୀଙ୍କ ମୃତ୍ୟୁ ଘଟିଛି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ଚିକିଟି-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଘଟିଛି। ମୃତ ଯୁବକ ହେଉଛନ୍ତି ଦିଗପହଣ୍ଡି ବ୍ଲକ୍ ଅଧ୍ୟକ୍ଷା ଯମୁନା ନାଇକଙ୍କ ସ୍ୱାମୀ ଆମର।
Also Read
ଦିଗପହଣ୍ଡି ବ୍ଲକ୍ ଅଧ୍ୟକ୍ଷା ଯମୁନା ନାଇକଙ୍କ ସ୍ୱାମୀ ଆମର ନାଇକ ଆଜି ସନ୍ଧ୍ୟା ବେଳେ ବାଇକ୍ରେ ଚିକିଟିରୁ ନିଜ ଘର ଦେଖାଳି ଫେରୁଥିଲେ। ତେବେ ଚିକିଟି-ଦିଗପହଣ୍ଡି ମୁଖ୍ୟ ରାସ୍ତାର ଜକର ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ସେ ଗୁରୁତର ଆହତ ହୋଇଥିଲେ।
ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିଟି ମେଡିକାଲ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କେ.ନୂଆଁ ଗାଁ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଚେଦ ପାଇଁ ପଠାଇ ଦେଇଛି।
ରିପୋର୍ଟ- ଦିଗପହଣ୍ଡିରୁ ସତ୍ୟ ପାଢ଼ୀ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।