୧ ମେ’, ବୁଧବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ହସହୁସିର ପରିବେଶ ରହିବ। ବୃଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମିଥୁନ: ଆଜି କୌ଼ଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣି ପାରନ୍ତି। ସିଂହ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ଘରେ […]

astro

astro

Jyoshna Pradhan
  • Published: Wednesday, 01 May 2019
  • Updated: 01 May 2019, 07:31 AM IST

ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ପରିବାରରେ ହସହୁସିର ପରିବେଶ ରହିବ।

ବୃଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମିଥୁନ: ଆଜି କୌ଼ଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ନୂତନ ବସ୍ତ୍ର କିଣି ପାରନ୍ତି।

ସିଂହ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ମାନ-ସମ୍ମାନ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ମୀନ: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ପଦୋନ୍ନତିର ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos