୧୦ ଡିସେମ୍ବର,ଶୁକ୍ରବାର; ଆର୍ଥିକ ସମସ୍ୟାର ସମାଧାନ ହେବ

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ।

ବୃଷ: ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁ ଦର୍ଶନର ସୁଯୋଗ ଅଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି।

ତୁଳା: ଅଭିଳାଷ ପୂରଣ ହେବ। ବ୍ୟବସାୟରେ ଭଲ ଲାଭ ମିଳିବ। ବନ୍ଧୁବାନ୍ଧବଙ୍କ ସହଯୋଗ ପ୍ରାପ୍ତି ହେବ।

ବିଛା: ଆର୍ଥିକ ଅବସ୍ଥା ଭଲ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ପରିବାରରେ ସୁଖଶାନ୍ତି ବଜାୟ ରହିବ।

ଧନୁ: କର୍ମକ୍ଷେତ୍ରରେ ବାଧାବିଘ୍ନ ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସାହାଯ୍ୟ ପାଇବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ମନ ଦେବେ।

ମକର: କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଦ୍ୱାରା ସମ୍ମାନିତ ହୋଇପାରନ୍ତି। ଆକସ୍ମିକ ଧନଲାଭ ହେବ। ପରିବାରରେ ସମସ୍ତଙ୍କ ସହିତ ସୁସଂପର୍କ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ପରିବାରରେ ଅଶାନ୍ତି ଦେଖାଦେବ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ମିଳିବ।

ମୀନ: ବ୍ୟବସାୟରେ ଉନ୍ନତି ଦେଖାଦେବ। ପରିବାରରେ ସୁଖଶାନ୍ତି ବୃଦ୍ଧି ହେବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

 

 

 

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।