୧୦ ଜୁନ୍‌, ଶୁକ୍ରବାର: ଅପରାହ୍ନରେ ଶୁଭ ଖବର ପାଇପାରନ୍ତି

ମେଷ: ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ । ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି । ବୃଷ: ପରିବାରରେ ଅପ୍ରିୟ ସତ କଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ । ମାଲିମକଦ୍ଦମା ଓ ବିବାଦର ସମାଧାନ ହୋଇଯିବ, ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ମିଥୁନ: ଆଜି ଶାରୀରିକ […]

RASI

Niharika Rout
  • Published: Friday, 10 June 2022
  • , Updated: 10 June 2022, 07:42 AM IST

ମେଷ: ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇ ଯାଇପାରନ୍ତି । ପାରିବାରିକ ମତାନ୍ତରକୁ ନେଇ ମନ ଭାରାକ୍ରାନ୍ତ ରହିବ । ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି ।

ବୃଷ: ପରିବାରରେ ଅପ୍ରିୟ ସତ କଥା କହି ଦୋଷୀ ହେବାର ସମ୍ଭାବନା ରହିଛି । ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ମୁକାବିଲା କରି ବିଜୟୀ ହେବେ । ମାଲିମକଦ୍ଦମା ଓ ବିବାଦର ସମାଧାନ ହୋଇଯିବ, ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ ।

ମିଥୁନ: ଆଜି ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ ଓ ସେଥିରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାମାନ୍ୟ କଥାକୁ ନେଇ ମନାନ୍ତର ମତାନ୍ତର ଦେଖାଦେଇପାରେ ।

କର୍କଟ: ଆଜି ପିତା ମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ଅସ୍ଥିରତା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ  । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।

ସିଂହ: ଆଜି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ବନ୍ଧୁଙ୍କ ସହ ସାକ୍ଷାତ ହେବ । କୌଣସି ଶୁଭ ଖବର ଶୁଣିପାରନ୍ତି ।

କନ୍ୟା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ। ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ ।

ତୁଳା: ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବ। ହାତକୁ ନେଇଥିବା ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ। ଦିନର ଦ୍ୱିତୀୟାର୍ଦ୍ଧରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହୋଇଯିବ ।

ବିଛା :  ଆଜି କୈାଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ । ସାହାଯ୍ୟ ସହଯୋଗ ପାଇ ମନ ପ୍ରଫୁଲ୍ଲିତ ରହିବ । ମହିଳାମାନେ ଘରେ, ବାହାରେ ସବୁଠି ଆଦର ସମ୍ମାନ ପାଇବେ । ବ୍ୟବସାୟ ପରିବହନ ପାଇଁ ଦିନଟି ଅନୁକୂଳ ରହିବ । ଛାତ୍ରଛାତ୍ରୀମାନେ ସମସ୍ତ ଦିଗରେ ବିଜୟୀ ହେବେ।

ଧନୁ: ଆଜି  ଜଗି ରଖି ଚଳନ୍ତୁ। ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ। କଚେରି ମାମଲା ପାଇଁ ଆଇନ ବିଶେଷଜ୍ଞଙ୍କ ପାଖକୁ ଦୌଡି ପାରନ୍ତି।

ମକର: ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟ ତାହାକୁ ଭୁଲ୍ ବିଚାର କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି କାମ କରିବା ଓ କହିବା ଭଲ ହେବ । ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ  ।

କୁମ୍ଭ: ଆଜି କୌଣସି ଅଜଣା ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବହୁ ଦିନର ଆଶା ଅଭିଳାଷ ପୁରଣ ହେବ ।

ମୀନ: ଆଜି  ଆଶା ଆଶଙ୍କା ଦେଇ ଗତି କରିବେ । ପ୍ରତ୍ୟେକ କ୍ଷେତ୍ରରେ ବାଧା ବିଘ୍ନ ଦେଖାଦେଇପାରେ । ଅତୀତ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ନିଜ ଜୀବନ ସାଥୀର ଭରସା, ଉତ୍ସାହ ଓ ପ୍ରେରଣା ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।

Related story