୧୦ ଅକ୍ଟୋବର, ସୋମବାର: ଆକସ୍ମିକ  ଧନ ଲାଭର ଯୋଗ ରହିଛି

ମେଷ: ପାରିବାରିକ ମନୋମାଳିନ୍ୟ କାରଣରୁ ସାମାନ୍ୟ ଚିନ୍ତିତ ରହିବେ । ଅର୍ଥଲାଭର ସୁଯୋଗ ଅଛି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଜୟୀ ହେବେ ।

ବୃଷ:  ଆକସ୍ମିକ  ଧନ ଲାଭର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ କାରଣରୁ ସାମାନ୍ୟ ଚିନ୍ତିତ ରହିବେ । ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବା ଯୋଗେ ଅଧିକାରୀମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ।

ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଅପେକ୍ଷା କରିଥିବା ଶୁଭ ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ ।

କର୍କଟ:  ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇବେ।

ସିଂହ: ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟସାଧନ କରିବେ। ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ।

କନ୍ୟା: ଆଜି କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖାଦେବ। ମହିଳାମାନେ ପ୍ରଶଂସନୀୟ ହେବେ। ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇପାରେ।

ତୁଳା: ହସଖୁସିରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ। ସନ୍ତାନମାନଙ୍କ କାର୍ଯ୍ୟକଳାପ ବାପାମା’ଙ୍କ ମନରେ ଅଶାନ୍ତି ସୃଷ୍ଟି କରିବ।

ବିଛା: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ସୁସ୍ୱାଦୁ ଭୋଜନ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଭ୍ରମଣ ଯୋଗ ରହିଛି। ନୂତନ ଚାକିରିର ସୁଯୋଗ ମିଳିବ।

ଧନୁ: ପାରିବାରିକ ସମସ୍ୟା ଯୋଗୁ କ୍ରୋଧିତ ହେବେ। କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବଢ଼ିବେ। ତେଣୁ ସତର୍କ ରହିବାକୁ ପଡ଼ିବ। ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ, ନହେଲେ ଅସୁବିଧାରେ ପଡ଼ିବେ।

ମକର:ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ବାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହଶୀଳତା କାଏମ ରହିବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ।

କୁମ୍ଭ :ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସରକାରୀ କ୍ଷେତ୍ରରେ ଅନେକ କାର୍ଯ୍ୟ ସମାଧାନ ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ ।  ଉଚିତ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି ।

ମୀନ: ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ।  ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।