ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବୃଷ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।
କର୍କଟ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। କାର୍ଯ୍ୟକ୍ଷେତ୍ରରେ ବ୍ୟସ୍ତ ରହିବେ।
କନ୍ୟା: ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ଭଲ ରହିବ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି।
ତୁଳା: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ।
ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ଭାଗ୍ୟ ବୃଦ୍ଧି ହେବ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।
ଧନୁ: ପରିବାରରେ ହସ ଖୁସିର ବତାବରଣ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମନ ପ୍ରଫୁଲ୍ଲିତ ରହିବ।
ମକର: ପୂଜା ପାଠରେ ସମୟ ବିତାଇବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
କୁମ୍ଭ: ଋଣ ଦିଅନ୍ତୁ ନାହିଁ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।
ମୀନ: ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।