୧୧ ଡିସେମ୍ୱର, ବୁଧବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ।

ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

କର୍କଟ: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ଦିନଟି ଭଲରେ କଟିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

ତୁଳା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା:  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।