୧୧ ମେ’, ଶନିବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ବନ୍ଧୁଙ୍କଠାରୁ ଶୁଭ ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ମନ ବିଚଳିତ ରହିବ। ମାଲି ମକଦ୍ଦମାରେ ବିଜୟୀ ହେବେ।

ବିଚ୍ଛା: ଶତ୍ରୁ ଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଭାଗ୍ୟ ବୃଦ୍ଧି ହେବ।

ଧନୁ: ଅଧିକ ପରିଶ୍ରମ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମକର: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ମାନ-ସମ୍ମାନ ମିଳିବ। ପିଲାଙ୍କ ପାଇଁ ଖୁସି ଅନୁଭବ କରିବେ। ଆର୍ଥିକ ସ୍ଥିତି ଭଲ ରହିବ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।