୧୧ନଭେମ୍ବର,ଗୁରୁବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ଜଗିରଖି ଚଳନ୍ତୁ, ବାଧା ବିଘ୍ନ ମଧ୍ୟରେ ଦିନଟି କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଶତ୍ରୁମାନେ ପରାଜିତ ହେବେ। ବୃଷ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ମିଥୁନ: ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କଟିବ। ଜଳ, ଅଗ୍ନି ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। କର୍କଟ: ଆଜି ସମସ୍ତ ଆଶା ଓ […]

RASI

Tapaswini Nayak
  • Published: Thursday, 11 November 2021
  • , Updated: 11 November 2021, 07:39 AM IST

ମେଷ: ଜଗିରଖି ଚଳନ୍ତୁ, ବାଧା ବିଘ୍ନ ମଧ୍ୟରେ ଦିନଟି କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଶତ୍ରୁମାନେ ପରାଜିତ ହେବେ।

ବୃଷ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ।

ମିଥୁନ: ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କଟିବ। ଜଳ, ଅଗ୍ନି ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।

କର୍କଟ: ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।

ସିଂହ: ମନ ଅସ୍ଥିର ରହିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।

କନ୍ୟା: ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ସାହିତ୍ୟ, ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ।

ତୁଳା:  ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରି ପାରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ବିଛା: ମନ ଅସ୍ଥିର ରହିବ। କୌଣସି ବ୍ୟବହାର୍ଯ୍ୟ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ଧନୁ: ପ୍ରତ୍ୟେକ କାର୍ଯ୍ୟରେ ଶୁଭ ଫଳ ପାଇବେ। ଲାଗିରହିଥିବା ସମସ୍ୟା ଦୂର ହୋଇଯିବ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବାକୁ ପଡିପାରେ।

ମକର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି।ପାରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ଆନନ୍ଦିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, କିନ୍ତୁ ହଇରାଣ କରିପାରିବେ ନାହିଁ।

ମୀନ: ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। କୌଣସି ଜିନିଷ ହଜି ଯାଇପାରେ।

 

Related story