୧୧ ଅକ୍ଟୋବର, ବୁଧବାର; ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବ

ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ ।

Representational Image

  • Published: Wednesday, 11 October 2023
  • , Updated: 11 October 2023, 07:50 AM IST

ମେଷ: କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ରାଜନୀତିରେ ଉନ୍ନତି ହେବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ ।

ବୃଷ: ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ମିଥୁନ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ।

କର୍କଟ: ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । କଳା, ସାହିତ୍ୟ,ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ସତର୍କତା ଅବଲମ୍ବନ ନକଲେ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି।

କୁମ୍ଭ: ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

ମୀନ:  ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ମହତ୍ୱପୂର୍ଣ୍ଣ ସମାଚାର ଶୁଣିବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ସୁଖୀ ହେବେ।

Related story