୧୨ ନଭେମ୍ବର, ଶନିବାର: ଦୈନିକ ରୋଜଗାରରେ ବୃଦ୍ଧି ହେବ

ମେଷ:  ସୁସମ୍ବାଦ ପ୍ରାପ୍ତି ଯୋଗୁ ମନ ଖୁସି ରହିବ । ଦୈନିକ ରୋଜଗାରରେ ବୃଦ୍ଧି ହେବ। ପରିବାରଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ  । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ବୃଷ: ସାହିତ୍ୟ ଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ ଓ ଆୟ ଅପରିବର୍ତ୍ତିତ ରହିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଶାତୀତ ଲାଭବାନ୍ ହେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । […]

RASI

RASI

Niharika Rout
  • Published: Saturday, 12 November 2022
  • Updated: 12 November 2022, 07:29 AM IST

Sports

Latest News

ମେଷ:  ସୁସମ୍ବାଦ ପ୍ରାପ୍ତି ଯୋଗୁ ମନ ଖୁସି ରହିବ । ଦୈନିକ ରୋଜଗାରରେ ବୃଦ୍ଧି ହେବ। ପରିବାରଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ  । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ ।

ବୃଷ: ସାହିତ୍ୟ ଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ ଓ ଆୟ ଅପରିବର୍ତ୍ତିତ ରହିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଶାତୀତ ଲାଭବାନ୍ ହେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ ।

ମିଥୁନ: ଶତୃମାନେ ମିତ୍ର ଭାବ ଆଚରଣ କରିବେ ଓ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ । ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ ।
କର୍କଟ: ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।
ସିଂହ: ପୁରାତନ ରୋଗର ଉପଶମ ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଛାତ୍ରଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରିବାର ଯୋଗାଯୋଗ କରିପାରନ୍ତି। ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ।

କନ୍ୟା: ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ପାଇବେ ଓ କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ।

ତୁଳା:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ତୁଲାଇପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ।

ବିଚ୍ଛା:ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆଶାଜନକ ଲାଭ ପ୍ରାପ୍ତିହେବ। ।ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର: ସାହସର ସହିତ ପରିସ୍ଥିତିକୁ ସାମ୍ନା କରିପାରିବେ ଓ ସହକର୍ମୀଙ୍କଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ । ଅନ୍ୟମାନଙ୍କ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଅଧିକ ପ୍ରାଧାନ୍ୟ ଦିଅନ୍ତୁ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯାଇପାରେ ।

କୁମ୍ଭ: କାର୍ଯ୍ୟାଳୟରେ କିଛି ଦିନ ଧରି ଚାଲିଆସୁଥିବା ଚାପଗ୍ରସ୍ତ ପରିସ୍ଥିତି ସ୍ୱାଭାବିକ ହୋଇଯିବ। ବାଦବିବାଦ ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମୀନ: ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ ।  ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos