୧୨ ଅକ୍ଟୋବର, ବୁଧବାର: ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ

ମେଷ: : ସମାଜର ବୁଦ୍ଧିଜୀବୀମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍।

ବୃଷ: ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପରିଚାଳନା କାର୍ଯ୍ୟ ସହିତ ଜଡିତ ଲୋକମାନେ ସବୁ ପ୍ରକାର ସୁବିଧା ସୁଯୋଗ ପାଇବେ।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି, କର୍ମକ୍ଷେତ୍ରରେ ପଦନ୍ନୋତି ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ  । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ବ୍ୟବସାୟରେ ନୂତନ ଧାରା ଖୋଲିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ ।

କର୍କଟ:ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗୀତା, ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇପାରନ୍ତି। ଆର୍ଥିକ ଅନଟନ ଯୋଗୁଁ ଗୃହର ବାତାବରଣ ଅଶାନ୍ତ ରହିପାରେ ।

ସିଂହ: ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନ କରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କର୍ମକ୍ଷେତ୍ରରେ ନିଜର ଶକ୍ତି, ଉତ୍ସାହ ଓ ପ୍ରେରଣା ଭରପୁର ରହିବ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ।

କନ୍ୟା:ଆମୋଦପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତରେ ଉତ୍ସାହିତ ହେବେ । ବନ୍ଧୁ, ମିତ୍ରଙ୍କ ସହଯୋଗରେ  ରୋଜଗାରର ଉଚିତ୍ ସୁଯୋଗ ମିଳିବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।

ତୁଳା:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ତୁଲାଇପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ।

ବିଚ୍ଛା:ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆଶାଜନକ ଲାଭ ପ୍ରାପ୍ତିହେବ। ।ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର:କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

କୁମ୍ଭ :ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିପାରନ୍ତି।

ମୀନ:କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ।  ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।