ମେଷ: ପ୍ରତି କାର୍ଯ୍ୟରେ ଭାଗ୍ୟ ସାଥ ଦେଲେ ମଧ୍ୟ ଛୋଟ କଥାକୁ ନେଇ କଳହ ଦେଖାଯିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ନ ମିଳିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ବ୍ୟବସାୟୀମାନେ ଆଶାନୁସାରେ ଲାଭ ପାଇବେ ନାହିଁ ।
ବୃଷ: ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି॥ ବ୍ୟବସାୟରେ ଅଚାନକ ଅର୍ଥ ପ୍ରାପ୍ତି ହେବ ଏବଂ କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବାରୁ ମନ ଖୁସି ରହିବ ।
ମିଥୁନ: ବ୍ୟବସାୟରେ ଲାଭ ମିଳିଲେ ମଧ୍ୟ ଅଯଥାରେ ଅର୍ଥ ବ୍ୟୟ ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ। ନିର୍ମାଣାଧୀନ କାର୍ଯ୍ୟ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି ।
କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ। ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।
କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।
ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।
ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।
ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।
ମକର: ବହୁଦିନର ଆଶା ଅଭିଳାଷ ପୂର୍ଣ୍ଣ ହେବାରୁ ମନ ଖୁସି ରହିବ ଓ ଅଚାନକ ଅର୍ଥପ୍ରାପ୍ତି ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ କିଛି ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଦୂର ସ୍ଥାନକୁ ଗଲାବେଳେ ସାବଧାନତା ସହିତ ଯାଆନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି ।
କୁମ୍ଭ: ପରିବାରରେ ହସଖୁସିରେ ସମୟ ଅତିବାହିତ କରିବା ସହିତ ସୁସ୍ୱାଦୁ ଭୋଜନ କରିବେ। ପ୍ରେମପ୍ରଣୟ ପାଇଁ ଦିନଟି ଭଲ ରହିବ । କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। କୌଣସି କାରଣ ପାଇଁ ବନ୍ଧୁଙ୍କ ସହିତ ମତାନ୍ତର ସୃଷ୍ଟି ହେବ ।
ମୀନ: ବାକିପଡ଼ିଥିବା ଅର୍ଥ ଆଦାୟ ହେବ ଏବଂ ନିର୍ମାଣଧୀନ କାର୍ଯ୍ୟ ଆଗେଇ ଚାଲିବ । ନୂଆ ବ୍ୟବସାୟ ପାଇଁ ମନ ବଳାଇବେ । ବନ୍ଧୁଙ୍କ ସହିତ ମିଳନ ହେବ । ସନ୍ତାନମାନଙ୍କ ପାଇଁ ଚାକିରି କ୍ଷେତ୍ରରେ ଶୁଭଫଳ ମିଳିବାରୁ ବାପା ମାଆ ଖୁସି ହେବେ।