୧୩ ଏପ୍ରିଲ, ଗୁରୁବାର: ଶତ୍ରୁ ପକ୍ଷ ଗୋଡ଼ ଟାଣିବାକୁ ଚେଷ୍ଟା କରିବେ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Representational Image

  • Published: Thursday, 13 April 2023
  • , Updated: 13 April 2023, 07:38 AM IST

ମେଷ: ବାଦବିବାଦ, ଖେଳକୁଦ, ପ୍ରତିଯୋଗିତା, ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ୱାରା ଆଗକୁ ବଢିପାରିବେ । ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେଇପାରେ।

ବୃଷ: ସାମାଜିକ ପତିଆରା ଅମଳିନ ରହିବା ସହ ଧାର୍ମିକ କାର୍ଯ୍ୟରେ ମନ ବଳାଇ ପାରନ୍ତି। ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼ାଇବ । ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ ।

ମିଥୁନ: ସ୍ୱାସ୍ଥ୍ୟ ଦିଗରୁ ଆଶ୍ୱସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳ ହେବେ। ମାନସମ୍ମାନ, ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ହେବ । ଜମି ଜମା ସଂକ୍ରାନ୍‌ୟ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଘଟିବା ସହ ଶତ୍ରୃ ବାଧା ଦୂରେଇ ଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ।

କୁମ୍ଭ: ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ଶତ୍ରୁ ପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ ।

ମୀନ: ନୂତନ ଯାନବାହନ କିଣିବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଭାଗୀଦାର ବ୍ୟବସାୟରେ ଆର୍ଥିକ ସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ । କର୍ମକ୍ଷେତ୍ରରେ ଶତ୍ରୁମାନେ ଶତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ।

Related story