ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କୁ ସମ୍ମାନ କରନ୍ତୁ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି।
ମିଥୁନ: ବ୍ୟବସାୟରେ ଆଶା ମୁତାବାକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ବିବାହ ସ୍ଥିର ହୋଇପାରେ।
କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। ବାପାଙ୍କ ସହ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି।
ସିଂହ: ଦାୟିତ୍ୱ ବଢ଼ିପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।
କନ୍ୟା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଅଫିସରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ।
ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
ବିଚ୍ଛା: ସହକର୍ମୀଙ୍କ ସହଯୋଗ ମିଳିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।
ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।
ମକର: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଶତ୍ରୁଙ୍କଠାରୁ ବିଜୟୀ ହେବେ।
କୁମ୍ଭ: ଉପହାର ପାଇପାରନ୍ତି। ଘର ପାଇଁ ନୂତନ ଜିନିଷ କିଣିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।
ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।