୧୩ ମାର୍ଚ୍ଚ, ସୋମବାର: ବହୁ ଦିନର ଆଶା ପୂରଣ ହେବ

ବନ୍ଧୁମାନଙ୍କ ସହ ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।  ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।

ରାଶିଫଳ

  • Published: Monday, 13 March 2023
  • , Updated: 13 March 2023, 07:50 AM IST

ମେଷ: ପାରିବାରିକ ଜୀବନରେ ଭୁଲ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ବହୁତ ଭଲ ରହିବ। 
ବହୁଦିନରୁ ହଜି ଯାଇଥିବା ବା ଚୋରି ହୋଇ ଯାଇଥିବା ଜିନିଷ ହଠାତ୍ ମିଳିଯାଇପାରେ। 

ବୃଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନସନ୍ତତିଙ୍କ ଉନ୍ନତିରେ ଖୁସି ହେବେ। ନୂତନ ଗୃହ ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ଆକସ୍ମିକ ଅର୍ଥ ଲାଭ ହେବ।

ମିଥୁନ: ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣକୁ ନେଇ ମନ ଭାରାକ୍ରାନ୍ତ ରହିବ। ବନ୍ଧୁ ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। 

କର୍କଟ: ସ୍ୱାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହେବାର ଆଶଙ୍କା ରହିଛି। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି।

ସିଂହ: ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଭୁଲ ବୁଝାମଣା ଦେଖା ଦେଇପାରେ। ଠକାମିରେ ପଡ଼ିପାରନ୍ତି। କୌଣସି କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

କନ୍ୟା: ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଅଟକି ରହିଯାଇଥିବା କାମକୁ ପୂର୍ଣ୍ଣାଙ୍ଗ ରୂପ ଦେବେ। ପାରିବାରିିକ ସମସ୍ୟାର ସମାଧାନ ଘଟିବ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବନ୍ଧୁମାନଙ୍କ ସହ ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। 
ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ମତଭେଦ ଦେଖାଦେବ। କୌଣସି ଅଘଟଣ ଘଟିପାରେ। ଘରର କୌଣସି କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କଲେ ଭଲ ହେବ।

ମୀନ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ପରିବହନ ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କୁ ଶୁଭ ଫଳ ମିଳିବ। ବହୁ ଦିନର ଆଶା ପୂରଣ ହେବ। 

Related story