୧୪ ଏପ୍ରିଲ, ଶୁକ୍ରବାର: ବାକ୍ୟ ସଂଯମତା ନ ରଖିଲେ ବିବାଦ ସୃଷ୍ଟି ହୋଇପାରେ

ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।

Representational Image

  • Published: Friday, 14 April 2023
  • , Updated: 14 April 2023, 07:37 AM IST

ମେଷ: ସରକାରୀ କାମରେ ସଫଳତା ପାଇବେ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ। ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ମନ ବଳାଇବେ। ଋଣ କରିବାକୁ ଚେଷ୍ଟା କଲେ ଋଣ ମିଳିଯିବ ଓ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ ।

ବୃଷ: ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

ମିଥୁନ: କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବା ସହ ବ୍ୟବସାୟରେ ଉନ୍ନତି କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାକୁ ଚେଷ୍ଟା କରନ୍ତୁ । ବାକ୍ୟ ସଂଯମତା ନ ରଖିଲେ ମାଲି ମୋକଦ୍ଦମାର ଭୟ ରହିବ ।

କର୍କଟ: ଶତ୍ରୁମାନେ ଦୂରେଇ ଯିବେ ଓ ଅପେକ୍ଷା କରିଥିବା କାମର ଶୁଭ ସୂଚନା ମିଳିବ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଆଶାତୀତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି ହେବା ସହ ସନ୍ତାନଙ୍କ ଶୁଭ ଖବର ପାଇ ଖୁସି ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ ।

ମୀନ: ପାରିବାରିକ କ୍ଷେତ୍ରରେ ସ୍ନେହ ସଦଭାବନା ବିରାଜମାନ କରିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବା ସହ ସ୍ୱାସ୍ଥ୍ୟହାନୀର ମଧ୍ୟ ଆଶଙ୍କା ରହିଛି।

Related story