୧୪ ମାର୍ଚ୍ଚ, ମଙ୍ଗଳବାର: ଆଇନକାନୁନ ମାମଲାରେ ସମାଧାନର ବାଟ ଫିଟିବ

ସରକାରୀ କାମରେ ସଫଳତା ପାଇବା ସହ ପରିଶ୍ରମର ଉଚିତ୍ ପ୍ରାପ୍ୟ ମିଳିବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବା ସହ ପାରିବାରିକ ସ୍ଥିତି ସନ୍ତୋଷଜନକ ହେବ।

Rashi

  • Published: Tuesday, 14 March 2023
  • , Updated: 14 March 2023, 07:39 AM IST

ମେଷ: ସରକାରୀ କାମରେ ସଫଳତା ପାଇବା ସହ ପରିଶ୍ରମର ଉଚିତ୍ ପ୍ରାପ୍ୟ ମିଳିବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବା ସହ ପାରିବାରିକ ସ୍ଥିତି ସନ୍ତୋଷଜନକ ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

ବୃଷ: ଆଚାର ବ୍ୟବହାରରେ ପରିବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷଭାଜନ ହେବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାଜନୀତି କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନେ ପରାସ୍ତ ହେବେ।

ମିଥୁନ: କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ରଖିବା ଫଳରେ ପ୍ରଶଂସା ପାଇବେ। ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ ଆର୍ଥିକ ସମସ୍ୟା ଦୂର ହୋଇଯିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

କର୍କଟ: ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟାର ସମାଧାନ ହୋଇଯିବ ।

ସିଂହ: କାର୍ଯ୍ୟକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ଲୋକମାନଙ୍କ ସହିତ ମିଳିମିଶି କାମ କରି ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହେବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ବୋଲି ଭାବିବେ।

କନ୍ୟା: ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।

ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ, ବ୍ୟବସାୟୀମାନେ ଲାଭବାନ ହେବେ। ଯାନବାହନ ପ୍ରାପ୍ତିର ଯୋଗ ରହିଛି।ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ ।

ବିଛା: ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ଆଇନକାନୁନ ମାମଲାରେ ସହଜରେ ସମାଧାନର ବାଟ ଫିଟିବ ।

ଧନୁ: ଆର୍ଥିକ ଲାଭ ପାଇଁ ଦିନଟି ଭଲ ରହିବ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର: ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

କୁମ୍ଭ: ଛାତ୍ରଛାତ୍ରୀମାନଙ୍କର ପାଠପଢ଼ାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ସାମାଜିକ ପତିଆରା ଅମଳିନ ରହିବ। ଶରୀର ସୁସ୍ଥ ରହିବ ଓ ପ୍ରଶାସନିକ କାର୍ଯ୍ୟରେ ପ୍ରବଳ ଉନ୍ନତି ହେବାର ସମ୍ଭାବନା ଅଛି।

ମୀନ: ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ । ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଆଚାର ବ୍ୟବହାର, କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରିପାରନ୍ତି।

Related story