୧୪ ଜାନୁଆରୀ, ସୋମବାର: ମନ ବିଚଳିତ ରହିବ

ମେଷ: ମନ ବିଚଳିତ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମିଥୁନ: ମନରେ ଦ୍ୱନ୍ଦ୍ୱ ରହିବ। ପେଟରେ ଯନ୍ତ୍ରଣା ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। କର୍କଟ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସିଂହ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3

Tapaswini Nayak
  • Published: Monday, 14 January 2019
  • , Updated: 14 January 2019, 07:46 AM IST

ମେଷ: ମନ ବିଚଳିତ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: ମନରେ ଦ୍ୱନ୍ଦ୍ୱ ରହିବ। ପେଟରେ ଯନ୍ତ୍ରଣା ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

କର୍କଟ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ସିଂହ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିବ। ସତର୍କ ରୁହନ୍ତୁ।

କନ୍ୟା: ମାନ-ସମ୍ମାନ ବଢ଼ିବ। ଶରୀର ସୁସ୍ଥ ରହିବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ଦିନଟି ଭଲରେ କଟିବ। ଆତ୍ମବିଶ୍ୱାସ ବଢ଼ିବ। ମନ ଶାନ୍ତ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ବିଦ୍ୟାର୍ଥୀମାନେ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ। ମାଲିମକଦ୍ଦମାରେ ବିଜୟୀ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମଧ୍ୟାହ୍ନ ପରେ ଶୁଭଫଳ ମିଳିବ। ପ୍ରତିଦ୍ୱନ୍ଦୀଙ୍କୁ ପରାସ୍ତ କରିବେ।

ମକର: ଧନପ୍ରାପ୍ତି ଯୋଗ ରହିଛି। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

କୁମ୍ଭ: ଆୟଠାରୁ ବ୍ୟୟ ଅଧିକ ହେବ। ନୂତନ ପୋଷାକ କିଣି ପାରନ୍ତି। ନକାରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତୁ।

ମୀନ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

Related story