୧୪ ଜାନୁଆରୀ, ଶୁକ୍ରବାର: ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ

ମେଷ: ନୂତନ ଜମି କ୍ରୟ କରିବା ପାଇଁ ବନ୍ଧୁ ସାହାଯ୍ୟର ହାତ ବଢାଇବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ବ୍ୟବସାୟରେ ଧନଲାଭ ହେବ। ବୃଷ: ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ମିଥୁନ: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ମିଳିବା ହେତୁ, ବାପାମା’ ଗର୍ବ ଅନୁଭବ କରିବେ। କର୍କଟ: କର୍ମକ୍ଷେତ୍ରକୁ ନେଇ […]

RASI

Tapaswini Nayak
  • Published: Friday, 14 January 2022
  • , Updated: 14 January 2022, 07:44 AM IST

ମେଷ: ନୂତନ ଜମି କ୍ରୟ କରିବା ପାଇଁ ବନ୍ଧୁ ସାହାଯ୍ୟର ହାତ ବଢାଇବେ। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍ ମିଳିବ। ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ବ୍ୟବସାୟରେ ଧନଲାଭ ହେବ।

ବୃଷ: ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମିଥୁନ: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ମିଳିବା ହେତୁ, ବାପାମା’ ଗର୍ବ ଅନୁଭବ କରିବେ।

କର୍କଟ: କର୍ମକ୍ଷେତ୍ରକୁ ନେଇ କିଛି ସମସ୍ୟା ଦେଖାଦେବ। ଆର୍ଥିକ ସମସ୍ୟା ଲାଗି ରହିବ। ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ।

ସିଂହ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଶତ୍ରୁମାନେ ପରାଜିତ ହେବେ, ମିତ୍ରତାର ହାତ ବଢାଇବେ। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

କନ୍ୟା: ବ୍ୟବସାୟରେ ଆୟ ଅଧିକ ହେବ। ସାମାଜିକ କ୍ଷେତ୍ରରେ ମାନ ସମ୍ମାନ ଓ ଯଶ ପ୍ରାପ୍ତି ହେବ। ବହୁଦିନରୁ ଚିନ୍ତା କରୁଥିବା କାର୍ଯ୍ୟକୁ ପୂରଣ କରିବେ।

ତୁଳା: ଖୁସିଖବର ପ୍ରାପ୍ତି ହେବ। ସନ୍ତାନମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ଅପରାହ୍ନରେ କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ।

ବିଛା: ସହକର୍ମୀଙ୍କ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ। ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ।

ଧନୁ: କୌଣସି କଥାକୁ ନେଇ ମନରେ ଭୟ ସଞ୍ଚାର ହେବ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ବହୁତ ଭଲ ରହିବ। ଅପରାହ୍ନ ପରେ ମାନସିକ ଅଶାନ୍ତି ଦେଖାଦେବ।

ମକର: ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଫଳ ପ୍ରଦାନ କରିବ। ପ୍ରତିଟି କାର୍ଯ୍ୟକୁ ଅତି ସହଜରେ କରିବେ। ବ୍ୟବସାୟରେ ଆୟ ଅଧିକ ହେବାରୁ ମନ ଖୁସି ରହିବ।

କୁମ୍ଭ: କୌଣସି ଶୁଭ କାର୍ଯ୍ୟ କରିବା ପାଇଁ ବନ୍ଧୁବାନ୍ଧବଙ୍କର ପରାମର୍ଶ ନେବେ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ।

ମୀନ: ମିଡିଆରେ କାର୍ଯ୍ୟରତ ଥିବା ବ୍ୟକ୍ତିମାନଙ୍କୁ ଶୁଭଫଳ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସୁସ୍ୱାଦୁ ଭୋଜନ କରିବେ।

 

Related story