୧୪ ଅକ୍ଟୋବର, ଶୁକ୍ରବାର: ବନ୍ଧୁବାନ୍ଧବ ବିପଦରେ ପକାଇ ପାରନ୍ତି

ମେଷ: ବ୍ୟବସାୟ କ୍ଷେତ୍ରରେ ସହଯୋଗୀମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ବନ୍ଧୁବାନ୍ଧବମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିପାରନ୍ତି ।

ବୃଷ: ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ମିଥୁନ: ସକରାତ୍ମକ ପରିବର୍ତ୍ତନ ଅନୁଭବ କରିବା ସହ ଅର୍ଥ ସଞ୍ଚୟ କରିବାରେ ବହୁତ ଯତ୍ନବାନ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତ୍ରୁମାନେ ଦୂରେଇ ଯିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

କର୍କଟ: ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ବନ୍ଧୁ ବାନ୍ଧବଙ୍କଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ।

ସିଂହ:ଶିକ୍ଷାର୍ଥୀମାନେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ପରୀକ୍ଷାରେ ବିଜୟୀ ହେବେ। ଉଚ୍ଚପଦାଧିକାରୀଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ ।

କନ୍ୟା: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ମାନସିକ, ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ।

ତୁଳା:ବ୍ୟବହାର କୁଶଳତାକୁ ଆଧାର କରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବାରୁ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନଶୀଳତା ବଜାୟ ରହିବ ।

ବିଚ୍ଛା: କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତିଭା ବିକଶିତ ହେବା ଫଳରେ ପ୍ରଶଂସିତ ହେବେ । ପ୍ରଭାବଶାଳୀ ବ୍ୟକ୍ତିତ୍ୱ ସମସ୍ତଙ୍କ ପାଇଁ  ଉଦାହରଣ ଭାବରେ ଉଭା ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ।

ଧନୁ: ସମ୍ପର୍କୀୟ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଆତ୍ମବିଶ୍ୱାସ  ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହେବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇ ମାନସିକ ଶାନ୍ତି ଅନୁଭବ କରିବେ ।

ମକର: ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଓ ପରିବାରର ପରିବେଶ ଆରାମଦାୟକ ହେବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ପଡିପାରେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।

କୁମ୍ଭ: ଶାରିରୀକ ସୁସ୍ଥତା ଦେଖା ଦେବା ସହ ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳ ହେବେ। ଯୋଗ୍ୟତା ଦକ୍ଷତା ଓ ପାରଦର୍ଶିତାକୁ ଆଧାର କରି ବିଜୟୀ ହେବେ।

ମୀନ: ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକି ଟଙ୍କା ମିଳିଯିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।