୧୫ ମାର୍ଚ୍ଚ, ବୁଧବାର: ବ୍ୟବସାୟରେ ଯଥେଷ୍ଟ ଲାଭବାନ ହେବେ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଶୁଭ ସମାଚାର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ।

Rashi PhotoOR

Rashi

Niharika Rout
  • Published: Wednesday, 15 March 2023
  • Updated: 15 March 2023, 07:26 AM IST

Sports

Latest News

ମେଷ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ବିଦ୍ୟା କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ବାହ୍ୟଲୋକ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିପାରନ୍ତି।

ବୃଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ଶୁଭ ସମାଚାର ପାଇ ଖୁସି ହେବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶତ୍ରୁ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ ।

କର୍କଟ: ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । କ୍ରୋଧ ନିୟନ୍ତ୍ରଣ କରି ଧୈଯ୍ୟର ସହ କାର୍ଯ୍ୟ କରନ୍ତୁ ।

କନ୍ୟା: ଶାରିରୀକ ଅସୁସ୍ଥତା ଦୂର ହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ ଓ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇପାରନ୍ତି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ସମସ୍ୟା ଗୁଡ଼ିକର ସରଳ ସମାଧାନ କରିବାରେ ସମର୍ଥ ହେବେ।

ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ, ବ୍ୟବସାୟୀମାନେ ଲାଭବାନ ହେବେ। ଯାନବାହନ ପ୍ରାପ୍ତିର ଯୋଗ ରହିଛି।

ବିଛା: ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ଆଇନକାନୁନ ମାମଲାରେ ସହଜରେ ସମାଧାନର ବାଟ ଫିଟିବ ।

ଧନୁ: ଆର୍ଥିକ ଲାଭ ପାଇଁ ଦିନଟି ଭଲ ରହିବ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।

ମକର: ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ।

କୁମ୍ଭ: ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ ଓ ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମୀନ: ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos