୧୫ ନଭେମ୍ୱର, ଗୁରୁବାର: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ

ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ଅଧିକ ପରିଶ୍ରମ କରିବେ।

ବୃଷ: ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି।

କର୍କଟ: ବ୍ୟବସାୟରେ ଲାଭ ମିଳିବ। ଘର ପାଇଁ ଜିନିଷ କିଣି ପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ସିଂହ: ଅସୁସ୍ଥ ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

କନ୍ୟା: ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଚିନ୍ତିତ ରହିବେ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।

ତୁଳା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମନ ବିଚଳିତ ରହିବ।

ବିଛା: ଭାଗ୍ୟ ବୃଦ୍ଧି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ଧନୁ: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସ ଖୁସିର ବତାବରଣ ରହିବ।

ମକର: ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୁଝି ବିଚାରି କାମ କରନ୍ତୁ।

 କୁମ୍ଭ:  ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

 ମୀନ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଭଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।