ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।
ବୃଷ: ମନକୁ ସ୍ଥିର ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ।
ମିଥୁନ: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି।
କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ।
ସିଂହ: ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ତୁଳା: ଦିନଟି ଭଲରେ କଟିବ। ଘର ପାଇଁ ଜିନିଷ କିଣିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ବିଚ୍ଛା: ଆର୍ଥିକ ସଙ୍କଟ ଦେଖା ଦେଇପାରେ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
ଧନୁ: ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି।
ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କୁମ୍ଭ: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
ମୀନ: ଶରୀର ଫୂର୍ତ୍ତି ରହିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।