ମେଷ: ବ୍ୟବସାୟ ବାଣିଜ୍ୟରେ ଉନ୍ନତ ହେବା ସହ ନୂତନ କାର୍ଯ୍ୟଭାର ହାତକୁ ନେବେ । ପରିବାରରେ ସାମାନ୍ୟ ମତଭେଦ ହେଇପାରେ। ସ୍ୟସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ।
ବୃଷ : ଭୂସମ୍ପତି ଲାଭ ହେବ। ବ୍ୟବସାୟରେ ଉନ୍ନତିର ଯୋଗ ରହିଛି। କୌଣସି କଥାକୁ ନେଇ ମନ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ। କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ବ୍ୟବସାୟରେ ଆଶାନୁରୂପ ସଫଳତା ମିଳିବ।
ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଆଦିରେ କାର୍ଯ୍ୟ କରୁଥିଲେ ପୂର୍ବ ସମସ୍ୟାର ସମାଧାନ ହୋଇଯିବ।
ସିଂହ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭ କରି କାର୍ଯ୍ୟ ସାଧନ କରିବେ । ପରିବାରରେ ଖଳଲୋକଙ୍କ କାନକୁହା କଥା ବାଧା ଉପୁଜାଇବ ।
କନ୍ୟା: କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖାଦେବ। ମହିଳାମାନେ ପ୍ରଶଂସନୀୟା ହେବେ। ପରିବାରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇପାରେ।
ତୁଳା : ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ପିଲାମାନଙ୍କ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଘରେ ଅସନ୍ତୋଷ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବହୁତ ଭଲ ରହିବ।
ଧନୁ : ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ, ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ଦେଖାଦେବ।
ମକର: ଜଗିରଖି ଚଳନ୍ତୁ, କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ, ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ । ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମାନ ମନାନ୍ତର ଦେଖାଦେଇପାରେ।
କୁମ୍ଭ: ଦିନ ଖୁବ୍ ଭଲରେ କଟିବ, ବକେୟା ପ୍ରାପ୍ୟ ମିଳିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ । ବିବାଦରେ ନୂଆ ମୋଡ଼ ଦେଖାଦେବ। ଅଯଥା ବିବାଦରୁ ଦୁରେଇ ରୁହନ୍ତୁ। ଧାର୍ମିକ ଦିଗ ପ୍ରତି ମନ ବଳାଇବେ।
ମୀନ: ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମକ୍ଷେତ୍ରରେ ବାଦ ବିବାଦ ଉପୁଜିପରେ ସତର୍କ ରୁହନ୍ତୁ । ଉଚ୍ଚ ପଦାଧିକାରୀଙ୍କଠାରୁ ଅସହଯୋଗ ପାଇବା ଯୋଗୁ ମନ ଅସନ୍ତୋଷ ରହିବ । ଅକସ୍ମାତ ଧନ ଅପବ୍ୟୟ ହେଇଯାଇପାରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।