୧୬ ମାର୍ଚ୍ଚ, ଗୁରୁବାର: ଜଗିରଖି ନ ଚଳିଲେ କଳହ ହେବ

ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ ।

Rashi PhotoOR

Rashi

Niharika Rout
  • Published: Thursday, 16 March 2023
  • Updated: 16 March 2023, 07:28 AM IST

ମେଷ: ଉନ୍ନତିମୂଳକ ପଦକ୍ଷେପ ନେଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ ଓ ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ପାରିବାରିକ ଦ୍ୱାୟିତ୍ୱ ବୃଦ୍ଧି ହେବା ଫଳରେ ମନ ଅଶାନ୍ତ ରହିବ।

ବୃଷ: ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବା ସହ କେତେକ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା ଚାଲୁ ରଖିପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର: କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ । ବିରୋଧୀମାନେ କ୍ଷତି କରିବାକୁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

 କୁମ୍ଭ: ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ପରିବାର ଭିତରେ ଜଗିରଖି ନ ଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି ।

ମୀନ: ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos