ମେଷ: ଚାକିରି କ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ମିଳିବ ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ । ନିର୍ମାଣଧୀନ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କରିବେ ।
ବୃଷ: କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଠାରୁ ସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ । ବହୁଦିନରୁ ଅଟକି ଥିବା କାର୍ଯ୍ୟପାଇଁ ଶୁଭ ଖବର ମିଳିବ, କିନ୍ତୁ ଦୂରସ୍ଥାନକୁ ସାବଧାନତାର ସହ ସହିତ ଯାଆନ୍ତୁ। ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ମାନସମ୍ମାନ ମିଳିବ ଓ ସୁସ୍ୱାଦୁ ଭୋଜନ କରିବେ ।
ମିଥୁନ: କର୍ମକ୍ଷେତ୍ରରେ ପାରିଶ୍ରମିକ ଠିକ୍ ନ ମିଳିବାରୁ ମନସ୍ତାପ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଏବଂ ପୂଜାପୁଜିରେ ସମୟ ଅତିବାହିତ କରିବେ । ଶତ୍ରୃମାନେ ମିତ୍ରତାର ହାତ ବଢ଼ାଇବେ, ନୂଆ ବନ୍ଧୁଙ୍କ ସହିତ ମିଳନ ହେବ ।
କର୍କଟ: ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ନଚେତ୍ ଅସୁବିଧାରେ ପଡିପାରନ୍ତି । ପରିବାରରେ ଛୋଟ କଥାକୁ ନେଇ ଅସନ୍ତୋଷ ଦେଖାଯିବାରୁ ମନ ଭଲ ରହିବ ନାହିଁ ।ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।
ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି। କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।
କୁମ୍ଭ: ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କର୍ମାରମ୍ଭ କରିପାରନ୍ତି। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସହିତ କୌଣସି ନୂତନ ପଦ ପଦବୀ ଲାଭ କରିପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନୋନିବେଶ କରିବେ ।
ମୀନ: ଶାରିରୀକ ପୀଡା ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ। ଫଳରେ କାମପ୍ରତି ସ୍ପୃହା ରହିବ ନାହିଁ। କର୍ମକ୍ଷେତ୍ରରେ ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ। ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ।