୧୭ ଜୁନ୍‌, ଶନିବାର: ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିପାରିବେ।

Rasi

  • Published: Saturday, 17 June 2023
  • , Updated: 17 June 2023, 07:40 AM IST

ମେଷ: ମାନ ସମ୍ମାନ ବୃଦ୍ଧି ହେବ। ଅନେକ ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ। ସୁନ୍ଦର ସ୍ଥାନକୁ ପରିବାର ସହିତ ବୁଲିବା ପାଇଁ ଯାଇପାରନ୍ତି।

ବୃଷ: ମାନସିକ, ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସୁସମ୍ବାଦ ଶୁଣିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ।

ମିଥୁନ: ଅଚାନକ ଧନପ୍ରାପ୍ତି ହେବା ସହ ଋଣ ପରିଶୋଧ କରିବାର ବାଟ ଦେଖାଦେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଦୂରଯାତ୍ରାର ସୁଯୋଗ ପାଇବେ।

କର୍କଟ: ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିପାରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳତା ମିଳିବ।

ସିଂହ: କର୍ମକ୍ଷେତ୍ରରେ ସଫଳତା ଲାଭ କରି ଉଚ୍ଚସମ୍ମାନ ପାଇବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ।

କନ୍ୟା: ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ଦୁର୍ବଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ତୁଳା: ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ଼ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି।

ବିଚ୍ଛା: ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଆର୍ଥିକ ଚିନ୍ତା ଦୂର ହୋଇଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି।

ମକର: ବ୍ୟବସାୟରେ ଅଧିକ ଲାଭବାନ ହେବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୂରଣରେ ବାଧା ଆସିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ।

କୁମ୍ଭ: ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ।

ମୀନ:ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

Related story