ମେଷ: କର୍ମକ୍ଷେତ୍ରରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯାନବାହାନ ଚଳାଚଳ କଲାବେଳେ ବିଶେଷ ସତର୍କ ରୁହନ୍ତୁ। ମହିଳାମାନେ ଶାରୀରିକ କଷ୍ଟ ପାଇପାରନ୍ତି ।
ବୃଷ: ନୂତନ କର୍ମସଂସ୍ଥାନ ମିଳିପାରେ । ଚେଷ୍ଟା କଲେ ପଦୋନ୍ନତି ମଧ୍ୟ ହୋଇପାରେ । କିନ୍ତୁ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମତାନ୍ତର ମନାନ୍ତର ହୋଇପାରେ । ମହିଳାମାନେ ଧର୍ମପରାୟଣା ହେବେ ।
ମିଥୁନ: ଆଶା କରୁଥିବା ଦିଗରୁ ଅର୍ଥ, ମାନ ସମ୍ମାନ ଲାଭ କରିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ, ଗୁରୁଜନଙ୍କ ସ୍ନେହ ଆର୍ଶୀବାଦ ଲାଭ କରିବେ। କୌଣସି ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ପଡ଼ିପାରେ ।
ସିଂହ : କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ, ଫଳରେ ଧାର କରଜ କରିବାକୁ ପଡିପାରେ । ବହୁ ଦିନର ସ୍ୱପ୍ନ ବାସ୍ତବରେ ପରିଣତ ହୋଇପାରେ, ଉଚ୍ଚ ଅଧିକାରୀଙ୍କ ସହିତ ବାଦବିବାଦ କରନ୍ତୁ ନାହିଁ।
କନ୍ୟା : ଆକସ୍ମିକ ଅର୍ଥ ଖର୍ଚ୍ଚ ହୋଇପାରେ, ଦୂରଯାତ୍ରା କରିବାକୁ ପଡିପାରେ। ମହିଳାମାନେ ଘରେ ବିଭିନ୍ନ ପ୍ରକାରର କାର୍ଯ୍ୟରେ ବ୍ୟସ୍ତ ରହିବେ, ଛାତ୍ରଛାତ୍ରୀମାନେ ପାଠପଢା ପ୍ରତି ମନୋନିବେଶ କରିବେ ।
ତୁଳା: ସାଙ୍ଗମାନଙ୍କୁ ଅଧିକ ବିଶ୍ୱାସ କଲେ ବ୍ୟବସାୟ କାର୍ଯ୍ୟର ଗତି ବୃଦ୍ଧି ପାଇବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।
ବିଚ୍ଛା: ସାଧାରଣ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଆଗରେ ନତମସ୍ତକ ହେବେ । ଦାମୀ ଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବା ପାଇଁ ମନ ବଳେଇପାରନ୍ତି । ଦାମ୍ପତ୍ୟ ସଂପର୍କରେ ପରସ୍ପର ପ୍ରତି ସମର୍ପିତ ହେବେ।
ଧନୁ: ସମ୍ପତ୍ତି ପ୍ରସଙ୍ଗରେ ସଫଳତା ମିଳିବା ସହ କ୍ୟାରିଅରରେ ବିଶେଷ ସଫଳତା ପାଇବେ । ସକାରାତ୍ମକ ଚିନ୍ତା ମନକୁ ଆସିବା ଫଳରେ ଘରେ ସୁଖ ଶାନ୍ତିର ପରିବେଶ ରହିବ । ଅନ୍ୟ ପ୍ରଭାବରେ ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବାଠାରୁ ଦୂରେଇ ରୁହନ୍ତୁ ।
ମକର: କର୍ମକ୍ଷେତ୍ରରେ ପଦୋନ୍ନତି ପାଇଁ ଟିକେ ଚିନ୍ତିତ ହୋଇପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଉପରେ ଅଙ୍କୁଶ ଲଗେଇଲେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
କୁମ୍ଭ: ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଓ ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । ମାଲିକମାନେ ଆପଣଙ୍କ ଲକ୍ଷ୍ୟ ପୂରଣ କରିବାରେ ସାହାଯ୍ୟ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।
ମୀନ: ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ସମ୍ପର୍କ ମଜବୁତ ହେବ । ସମସ୍ତ ପ୍ରୟାସ ଫଳପ୍ରଦ ହେବା ଫଳରେ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତି ଇର୍ଷା କରିପାରନ୍ତି । ଅଧ୍ୟୟନରେ ଆପଣ ଭଲ ଲାଭ ପାଇବେ ଓ ଭବିଷ୍ୟତ ଯୋଜନାରେ ଟଙ୍କା ବିନିଯୋଗ କରିପାରନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।