୧୭ ଅକ୍ଟୋବର, ସୋମବାର: ଜଟିଳ ପରିସ୍ଥିତି ସହଜରେ ହାଲକା ହୋଇଯିବ

ମେଷ: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାସହ ମାନସିକ ଶାନ୍ତି ଦେଖାଦେଇ ପାରେ । ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଅନୁଭବ କରିବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବୃଷ: ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହଶୀଳତା କାଏମ ରହିବ। ପ୍ରତ୍ୟେ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମିଥୁନ: […]

RASI

  • Published: Monday, 17 October 2022
  • , Updated: 17 October 2022, 07:45 AM IST

ମେଷ: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାସହ ମାନସିକ ଶାନ୍ତି ଦେଖାଦେଇ ପାରେ । ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଅନୁଭବ କରିବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ବୃଷ: ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହଶୀଳତା କାଏମ ରହିବ। ପ୍ରତ୍ୟେ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ।

ମିଥୁନ: ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ପାରିବେ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ।

କର୍କଟ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କାରବାରରେ ସୁଧାର ଆସିବା ସହ ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।

ସିଂହ: ସାମାଜିକ ପତିଆରା ଅମଳିନ ରହିବ ଓ ହରାଇଥିବା ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ।

କନ୍ୟା: ସାମାଜିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର  ଦାୟିତ୍ୱ ନେଇ ମାନପ୍ରତିଷ୍ଠା ବଢିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼ାଇବ । ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଦିଗକୁ ଆଗେଇ ପାରିବେ ।

ତୁଳା: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷାର୍ଥୀମାନଙ୍କର ଅଧ୍ୟୟନରେ ଏକାଗ୍ରତା ଆସିପାରିବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି ।

ବିଚ୍ଛା: ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।

 ଧନୁ: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ।

ମକର: ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ପ୍ରଶଂସିତ ହେବେ । ପୁରାତନ ରୋଗର ଉପଶମ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ । ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ।

କୁମ୍ଭ: ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ।  ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ।

ମୀନ: ଶତୃମାନଙ୍କୁ ମୁକାବିଲା କରିପାରିବେ ଓ ପୁରୁଣା ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଉତ୍ତମ ରହିବ ।  ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ।

Related story