୨୫ ଏପ୍ରିଲ, ସୋମବାର: ଯାତାୟତ ବେଳେ ସତର୍କତା ଅବଲମ୍ବନ କରନ୍ତୁ

ମେଷ: ସ୍ୱାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବୃଷ: ସାମାଜିକ ସ୍ତରରେ ସମ୍ମାନ ଲାଭ କରିବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ଗଠନମୂଳକ ଯୋଜନା […]

RASI

Niharika Rout
  • Published: Monday, 25 April 2022
  • , Updated: 25 April 2022, 08:20 AM IST

ମେଷ: ସ୍ୱାସ୍ଥ୍ୟ ସମସ୍ୟାରେ ସୁଧାର ଆସିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି।

ବୃଷ: ସାମାଜିକ ସ୍ତରରେ ସମ୍ମାନ ଲାଭ କରିବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ ।

ମିଥୁନ: ରାଜନୀତି କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିପାରିବେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କର୍କଟ: ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ସହ ଦୁଃଖୀ ଲୋକଙ୍କ ସାହାରା ହେବେ । ଆତ୍ମୀୟ ସ୍ୱଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀର ଶୀକାର ହେବେ ।

ସିଂହ: ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଭୟ ଆଶଙ୍କା ଦୂରେଇ ଯିବ । ବ୍ୟବସାୟରେ ଆଶାତୀତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ  । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ  ।

କନ୍ୟା: ଶାରୀରିକ ଅସୁସ୍ଥତା ଦୂରେଇ ଯିବା ସହ ମାନସିକ ସୁସ୍ଥତା ଅନୁଭବ କରିବେ  । ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ ।

ତୁଳା: ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଶତ୍ରୁ ମାନଙ୍କୁ ପରାସ୍ତ କରି ପାରିବେ। ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ।

ବିଛା: ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ସସସ୍ତଙ୍କ ସହିତ ଭଲ ସଂପର୍କ ରହିବ। ବ୍ୟବସାୟ କାର୍ଯ୍ୟରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିପାରିବେ। ନୂତନ ଚାକିରି ପାଇଁ ପ୍ରୟାସ କରୁଥିଲେ ଶୁଭ ସମାଚାର ମିଳିପାରେ।

ମକର: କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ମନଶାନ୍ତ ରହିବ। କର୍ମକ୍ଷେତ୍ରରେ ନିଜର ଦକ୍ଷତା କ୍ଷମତା ଓ ପ୍ରତିପତ୍ତି ବିସ୍ତାର କରି ପାରିବେ।

କୁମ୍ଭ: ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ। ସହକର୍ମୀମାନଙ୍କର ସହଯୋଗ ପାଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ।

ମୀନ: ରାଜନୀତିରେ ସଫଳତା ମିଳିବ। ଘରକୁ ଅତିଥି ଆସିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

Related story