ମେଷ: ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ବାଧାବିଘ୍ନ ଦେଖାଯିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ଅଯଥାରେ ବିବାଦ ଦେଖାଯିବ । ସେଥିପାଇଁ ସତର୍କ ରୁହନ୍ତୁ । ଦାମ୍ପତ୍ୟ ଜୀବନ ଖୁସି ରହିବ ଓ ଘରକୁ ବନ୍ଧୁ ଆସିବେ ।
ବୃଷ : ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବହୁ ଦିନର ଆଶା ଅଭିଳାଷ ପୂରଣ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହେଇଯିବ ଏବଂ ଆୟ ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖମୟ ରହିବ ।
ମିଥୁନ: ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଶତ୍ରୁମାନେ ପରାଜିତ ହେବା ସହ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।
କର୍କଟ: ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହେବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ମନ ବଳାଇବେ ଓ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।
ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।
କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।
ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।
ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।
ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।
ମକର : ବହୁଦିନର ଆଶା ଅଭିଳାଷ ପୂର୍ଣ୍ଣ ହେବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ କିନ୍ତୁ ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନତା ସହିତ ଯାଆନ୍ତୁ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବା ସହିତ ମାନସମ୍ମାନ ପ୍ରାପ୍ତି ହେବ ।
କୁମ୍ଭ : ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ। ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ । ପ୍ରେମପ୍ରଣୟ ପାଇଁ ଦିନଟି ବହୁତ ଭଲ ରହିବ ଓ କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ମିଳିବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।
ମୀନ : ସନ୍ତାନମାନଙ୍କର ସ୍ଵଭାଵ ଆଚରଣ ବାପାମା’ଙ୍କ ମନରେ କଷ୍ଟ ଦେବ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ଅର୍ଥ ଅଭାବ ହେବାରୁ ବନ୍ଧୁ ସାହାଯ୍ୟ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।