/odisha-reporter/media/post_attachments/uploadimage/library/16_9/16_9_0/Rashi_1681870250.jpg)
Rashi
ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ବାହନ ଆଦି କ୍ରୟ କରିପାରିବେ । କାର୍ଯ୍ୟାଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ମିଳିବ।
ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମାନସିକ ସ୍ଥିରତା ଆସିବ ଓ ପୂର୍ବ ଶତ୍ରୃମାନେ ପଛଘୁଞ୍ଚା ଦେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ।
ମିଥୁନ: ଉଚ୍ଚ ଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ । ବ୍ୟବସାୟରେ ଉନ୍ନତି ହେବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ।
କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ବାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।
ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।
କୁମ୍ଭ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାଧାରଣ ବ୍ୟକ୍ତିଙ୍କଠାରୁ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଛାତ୍ରଛାତ୍ରୀଙ୍କର ମାନସିକ ବିକାଶ ଘଟିବ।
ମୀନ: ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
