୧୯ ଏପ୍ରିଲ, ମଙ୍ଗଳବାର: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ

ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଋଣଭାର ଲାଘବ ହେବ। ବୃଷ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ପଦୋନ୍ନତି ପାଇପାରନ୍ତି। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମିଥୁନ: ଶତ୍ରୁମାନେ ପରାଜିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ମିଳିବ। କର୍କଟ: ସ୍ୱାସ୍ଥ୍ୟରେ […]

RASI

RASI

Tapaswini Nayak
  • Published: Tuesday, 19 April 2022
  • Updated: 19 April 2022, 07:52 AM IST

ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଋଣଭାର ଲାଘବ ହେବ।

ବୃଷ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ପଦୋନ୍ନତି ପାଇପାରନ୍ତି। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ।

ମିଥୁନ: ଶତ୍ରୁମାନେ ପରାଜିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ମିଳିବ।

କର୍କଟ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ମିଳିବ।

ସିଂହ: ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ।

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ।

ତୁଳା: ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ।  ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।

ବିଚ୍ଛା: ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଶତ୍ରୁମାନଙ୍କୁ ପରାଜିତ କରି ଭଲ ଲାଭ ପାଇବେ।

ଧନୁ: ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀମାନେ ଆଶାନୁରୂପ ଫଳ ପାଇ ପାରିବେ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୂଚନା ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି  ହେବ।

ମକର: ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବିଦ୍ୟାକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ।

ମୀନ: ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos