ମେଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଋଣଭାର ଲାଘବ ହେବ।
ବୃଷ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ପଦୋନ୍ନତି ପାଇପାରନ୍ତି। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ।
ମିଥୁନ: ଶତ୍ରୁମାନେ ପରାଜିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ମିଳିବ।
କର୍କଟ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ମିଳିବ।
ସିଂହ: ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ।
କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ।
ତୁଳା: ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।
ବିଚ୍ଛା: ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଶତ୍ରୁମାନଙ୍କୁ ପରାଜିତ କରି ଭଲ ଲାଭ ପାଇବେ।
ଧନୁ: ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀମାନେ ଆଶାନୁରୂପ ଫଳ ପାଇ ପାରିବେ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୂଚନା ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ।
ମକର: ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବିଦ୍ୟାକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।
କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ।
ମୀନ: ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ।