୧୯ ଡିସେମ୍ବର, ମଙ୍ଗଳବାର; ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିପାରନ୍ତି

 ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।

Representational Image

  • Published: Tuesday, 19 December 2023
  • , Updated: 19 December 2023, 07:49 AM IST

ମେଷ: କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ଉପରିସ୍ଥଙ୍କ କୃପାଭାଜନ ହୋଇ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ ।

ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ ପାଇବେ । ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ ।

ମିଥୁନ: କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ସାଧାରଣ କର୍ମୀଙ୍କ ପ୍ରତି ସତର୍କ ରହି ନ ଚାଲିଲେ ପରେ ହଇରାଣ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ଆପଣ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ, ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବାସହ ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ।

କୁମ୍ଭ: ଶିଳ୍ପ ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବାସହ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ମୀନ: ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି।

Related story