୧୯ ସେପ୍ଟେମ୍ବର, ସୋମବାର: ମନ ପସନ୍ଦର ଦ୍ରବ୍ୟହାନୀ ହୋଇପାରେ

ମେଷ: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଉନ୍ନତ ଆୟ ପନ୍ଥା ମିଳିପାରେ। ଯାନବାହନ ଚଳାଚଳ ବେଳେ ସତର୍କତା ଅବଲମ୍ବନ କରନ୍ତୁ। ବୃଷ: କର୍ମକ୍ଷତ୍ରରେ ବାଦବିବାଦ ଦେଖାଦେଇପାରେ, ସତର୍କ ରୁହନ୍ତୁ। ପରିବାରରେ କଳହ ଦେଖାଦେଇପାରେ । ମୂଲ୍ୟବାନ ମନ ପସନ୍ଦର ଦ୍ରବ୍ୟହାନୀ ହୋଇପାରେ। ମିଥୁନ: କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରି ଆର୍ଥିକ ଲାଭ ପାଇବେ । ମାନସମ୍ମାନ ବୃଦ୍ଧି ପାଇବ । କିନ୍ତୁ ଶତୃମାନେ ହଇରାଣ କରିବା ଦ୍ୱାରା ମାନସିକ ଅଶାନ୍ତି ଦେଖଦେବ । ଆଘାତ […]

RASI

  • Published: Monday, 19 September 2022
  • , Updated: 19 September 2022, 01:18 PM IST

ମେଷ: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ଉନ୍ନତ ଆୟ ପନ୍ଥା ମିଳିପାରେ। ଯାନବାହନ ଚଳାଚଳ ବେଳେ ସତର୍କତା ଅବଲମ୍ବନ କରନ୍ତୁ।

ବୃଷ: କର୍ମକ୍ଷତ୍ରରେ ବାଦବିବାଦ ଦେଖାଦେଇପାରେ, ସତର୍କ ରୁହନ୍ତୁ। ପରିବାରରେ କଳହ ଦେଖାଦେଇପାରେ । ମୂଲ୍ୟବାନ ମନ ପସନ୍ଦର ଦ୍ରବ୍ୟହାନୀ ହୋଇପାରେ।

ମିଥୁନ: କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରି ଆର୍ଥିକ ଲାଭ ପାଇବେ । ମାନସମ୍ମାନ ବୃଦ୍ଧି ପାଇବ । କିନ୍ତୁ ଶତୃମାନେ ହଇରାଣ କରିବା ଦ୍ୱାରା ମାନସିକ ଅଶାନ୍ତି ଦେଖଦେବ । ଆଘାତ ଲାଗିପାରେ, ତେଣୁ ଯାନବାହାନ ଚଳାଚଳ ବେଳେ ସତର୍କ ରୁହନ୍ତୁ ।

କର୍କଟ: କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକି ଟଙ୍କା ମିଳିଯିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ ।

ସିଂହ:  କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ  ଆଭୂଷଣରେ ଅଧିକ ବ୍ୟୟ ଘଟିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ ।

କନ୍ୟା: ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ କିନ୍ତୁ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ :କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମୀନ: ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିପାରିବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂରେଇଯିବ।

Related story