୧ ଏପ୍ରିଲ, ଶନିବାର: ଛୋଟ କଥାରୁ କଳହ ହୋଇପାରେ

ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ଆକୃଷ୍ଟ କରିବ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି ।

Rashi PhotoOR

Representational Image

Niharika Rout
  • Published: Saturday, 01 April 2023
  • Updated: 01 April 2023, 07:49 AM IST

ମେଷ: ସାଧାରଣ କଥାକୁ ବଡ଼ କରି ନିକଟସ୍ଥ କେହି ଜଣେ ବ୍ୟକ୍ତି କଳହ ସୃଷ୍ଟି କରିପାରେ । ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ବୃଷ: ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ଆକୃଷ୍ଟ କରିବ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି । ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ ।

ମିଥୁନ: ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ । ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଦୂର ହୋଇଯିବ ।

କର୍କଟ : ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ହେବେ । ପଡୋଶୀଙ୍କ ସହ ବାଦବିବାଦ ଦେଖାଯିବ। ସେଥିପାଇଁ ସତର୍କ ରହିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା : ବହୁଦିନର ଦୂର ବନ୍ଧୁଙ୍କ ସହିତ ମିଳନ ହେବାରୁ ବ୍ୟବସାୟ ପାଇଁ ସାହାଯ୍ୟ ମାଗିପାରନ୍ତି । ମାଙ୍ଗଳିକ କାର୍ଯ୍ୟ ହେଇପାରୁ ନ ଥିବାରୁ ବ୍ୟସ୍ତତା ବୃଦ୍ଧି ହେବ। ବ୍ୟବସାୟରେ ବାକି ପଡିଥିବା ପଇସା ପାଇଁ ଚିନ୍ତା ବୃଦ୍ଧି ହେବ ।

ବିଛା : ଉଚ୍ଚ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ଫଳରେ ମନ ଖୁସି ରହିବ । ରାଜନୀତିରେ ଥିବା ବ୍ୟକ୍ତି ଅଧିକ ପରିଶ୍ରମ କରି ସଫଳତା ପାଇପାରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ଧନୁ: ବନ୍ଧୁଙ୍କ ସହ ଦୂର ଯାତ୍ରା କରିପାରନ୍ତି। ବକେୟା ଅର୍ଥ ଲାଭ ହେବ। ଅସୁସ୍ଥ ଅନୁଭବ କରିବେ। ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ । ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

କୁମ୍ଭ: ଅର୍ଥ, ମାନ ସମ୍ମାନ ଓ ପ୍ରତିଷ୍ଠା ମିଳିବ । ବହୁ ଦିନର ବକେୟା ପ୍ରାପ୍ୟ ମିଳିବ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । 

ମୀନ: ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣ କରିବାରେ ସମର୍ଥ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos