୧ ଅଗଷ୍ଟ,ମଙ୍ଗଳବାର; ପରିବାରରେ ମତାନ୍ତର ଦେଖାଦେଇପାରେ

ଆଜି ପରିବାରରେ ମନାନ୍ତର ହେବାରୁ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ।

Representational Image

  • Published: Tuesday, 01 August 2023
  • , Updated: 01 August 2023, 07:48 AM IST

ମେଷ: ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ଏଣୁ ଜଗିରଖି ଚଳନ୍ତୁ ।

ବୃଷ: ଆଜି ପରିବାରରେ ମନାନ୍ତର ହେବାରୁ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ମିଥୁନ:କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତସଙ୍ଗ ଓ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଲୋକ ସମ୍ପର୍କ ବୃଦ୍ଧି ପାଇବ। ସାହିତ୍ୟ, ସାମ୍ବାଦିକତା ପରିବହନ, ପ୍ରଶାସନିକ ସ୍ତରରେ ଆଶା ପୂରଣ ହେବାରୁ ମନ ପ୍ରଫୁଲିତ ରହିବ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ଦାମ୍ପତ୍ୟ ଜୀବନ ସୁଖମୟ ହେବ ସୁସ୍ୱାଦୁ ଭୋଜନ ମିଳିବ । ଆପଣଙ୍କ ପୁତ୍ର ଓ କନ୍ୟା ନିଜର ଦକ୍ଷତା ଯୋଗ୍ୟତା ଅଭିଜ୍ଞତା ବଳରେ ନୂତନ ନିଯୁକ୍ତି ପାଇପାରିବେ। ବହୁଦିନରୁ ବାକି ପଡିଥିବା କାର୍ଯ୍ୟରେ ସଫଳତା ପାଇବେ । ଭୂମି ଯାନବାହାନ କ୍ରୟ କରିବା ପାଇଁ ମନ ବଳାଇବେ ।

 ମୀନ: ପାରିବାରିକ ଓ ଶାରୀରିକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବକେୟା ଅର୍ଥ ହସ୍ତଗତ ହେବ ` ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

Related story