ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ମହିଳାମାନେ ପ୍ରଶଂସନୀୟ କାର୍ଯ୍ୟ କରିବେ। ଭ୍ରମଣ ଯୋଗ ରହିଛି। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ ।
ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ।
ମିଥୁନ: ଅପ୍ରିୟ ସତ କହିବା ଯୋଗୁ ଅଡ଼ୁଆରେ ପଡ଼ି ପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି ।
କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରେ ଖୁସି ରହିବେ ।
ସିଂହ: ସ୍ଥଗିତ କାମକୁ ଅତି ଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।
କନ୍ୟା: ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ଯୋଗୁ ମନ ବିଚଳିତ ରହିବ । ନିଜ କାମ ପାଇଁ ସମାଲୋଚିତ ହୋଇପାରନ୍ତି।
ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା: ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭଫଳ ମିଳିବ। ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ।
ଧନୁ: ସଭା ସମିତି କିମ୍ବା ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ। ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।
ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ : ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟପେୟରେ ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ, ବହୁ ପ୍ରତୀକ୍ଷିତ ଖବର ପାଇପାରନ୍ତି। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ ।