Advertisment

୧ ମାର୍ଚ୍ଚ, ବୁଧବାର: ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ

ପିଲାମାନଙ୍କ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

author-image
Niharika Rout
Rasi

Rasi

ମେଷ: ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥ ଲାଭ ହେବ ।

Advertisment

ବୃଷ: ପିଲାମାନଙ୍କ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ ଏବଂ ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ।

ମିଥୁନ: ଶାରୀରିକ ପୀଡ଼ା ଦେଖାଦେଇପାରେ । ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।

Advertisment

କର୍କଟ: ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ନେଇ କାର୍ଯ୍ୟସାଧନ କରିବେ। କିଣାକିଣି ସମୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

ସିଂହ: ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

କନ୍ୟା: ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକରାତ୍ମକ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ତୁଳା : ବହୁଦିନର ଦୂର ବନ୍ଧୁଙ୍କ ସହିତ ମିଳନ ହେବାରୁ ବ୍ୟବସାୟ ପାଇଁ ସାହାଯ୍ୟ ମାଗିପାରନ୍ତି । ମାଙ୍ଗଳିକ କାର୍ଯ୍ୟ ହେଇପାରୁ ନ ଥିବାରୁ ବ୍ୟସ୍ତତା ବୃଦ୍ଧି ହେବ। ବ୍ୟବସାୟରେ ବାକି ପଡିଥିବା ପଇସା ପାଇଁ ଚିନ୍ତା ବୃଦ୍ଧି ହେବ ।

ବିଛା : ଉଚ୍ଚ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ଫଳରେ ମନ ଖୁସି ରହିବ । ରାଜନୀତିରେ ଥିବା ବ୍ୟକ୍ତି ଅଧିକ ପରିଶ୍ରମ କରି ସଫଳତା ପାଇପାରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ଧନୁ : କର୍ମକ୍ଷେତ୍ରରେ ଖୁସି ଖବର ମିଳିଲେ ମଧ୍ୟ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ। ପୂଜା କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ ଓ ସୁସ୍ୱାଦୁ ଭୋଜନ କରିବେ । କୌଣସି ସଂଗଠନର ଦାୟିତ୍ୱ ନିର୍ବାହ କରି ପ୍ରଶଂସା ପାଇବେ ।

ମକର: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଭାତୃ ସମ୍ପର୍କରେ ମତଭେଦ ଦେଖାଦେଇପାରେ, ଆର୍ଥିକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ।

କୁମ୍ଭ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତସଙ୍ଗ ପ୍ରତି ମନ ବଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

ମୀନ: ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ । ହଠାତ୍ ହଜି ଯାଇଥିବା ବ୍ୟକ୍ତି କିମ୍ବା ଚୋରି ହୋଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।

Astrology Daily Horoscope