୧ ମେ’, ସୋମବାର: ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି

ଆଜି ୨୦୨୩ ମସିହା ମଇ ୧ ତାରିଖ ସୋମବାର ମେଷ ୧୮ ଦିନ ବୈଶାଖ ମାସ ଶୁକ୍ଳପକ୍ଷ ଏକାଦଶୀ

Representational Image

  • Published: Monday, 01 May 2023
  • , Updated: 01 May 2023, 07:14 AM IST

ମେଷ: ବନ୍ଧୁମାନଙ୍କ ସାହାଯ୍ୟ ଓ ସମର୍ଥନ ପାଇ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସଂପନ୍ନ କରିବେ। ପରିବାରରେ ଥିବା ବିଭିନ୍ନ ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳ ହେବେ।

ବୃଷ: ମାନସିକ ଅସ୍ଥିରତା ବଢ଼ିବ। କଡ଼ା କଥା ପରିସ୍ଥିତିକୁ ଅଧିକ ଜଟିଳ କରିପାରେ। ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକୁ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଶୁଭ ଫଳ ମିଳିବ। ସାମ୍ବାଦିକତା, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

କର୍କଟ: ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାରେ ବିଜୟୀ ହେବେ। ପରିବାରରେ ସୁଖଶାନ୍ତି ବଜାୟ ରହିବ। ବ୍ୟବସାୟରେ ସଫଳତା ମିଳିବ।  ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ବିଳମ୍ବ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସମସ୍ୟା ଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। 

କନ୍ୟା: ମିଠା ମିଠା କଥା କହି ପ୍ରତ୍ୟେକ ପରିସ୍ଥିତିକୁ ସମ୍ଭାଳି ନେବେ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତ୍ ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରନ୍ତୁ।

ତୁଳା: ଯାହା ପାଇବାକୁ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ଥିବା କାର୍ଯ୍ୟକୁ ପୁଣି ଆରମ୍ଭ କରିବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରି ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।

ବିଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅର୍ଥଲାଭ ହେବ। ବ୍ୟବସାୟରେ ଭଲ ଲାଭ ମିଳିବ। କ୍ରୀଡ଼ା କ୍ଷେତ୍ରରେ ଥିବା ଲୋକେ ସଫଳତା ପାଇବେ।

ଧନୁ: ଦୂର ସ୍ଥାନକୁ ଯାତ୍ରା କରିବେ। ପାରିବାରିକ ସମସ୍ୟାର ସମାଧାନ ନିମନ୍ତେ ବନ୍ଧୁଙ୍କ ସହଯୋଗ ନେବେ। ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ବେଶ୍ ଭଲ ରହିଛି।

ମକର: ବନ୍ଧୁଙ୍କ ସହଯୋଗରେ କୌଣସି ବ୍ୟକ୍ତିଗତ ସମସ୍ୟାର ସମାଧାନ କରିବେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗର ଉପଶମ ହେବ। ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ପରିବାରରେ ସମସ୍ୟା ଦେଖାଦେଇପାରେ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସମସ୍ୟା ଉପୁଜିପାରେ। ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।
ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ନିଜସ୍ୱ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ: ଦିନଟି ଆପଣଙ୍କୁ ଶୁଭଫଳ ଦେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
 

Related story