ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।
ବୃଷ: ମାନସିକ ଅସ୍ଥିରତା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ।
ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ।
କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ।
ସିଂହ: ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ । ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
କନ୍ୟା:ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥ ବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ।
ତୁଳା: ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।
ବିଚ୍ଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଯେକୌଣସିମତେ ଅର୍ଥ ରୋଜଗାର ହେବ । କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ ।
ଧନୁ: ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି । କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ ।
ମକର: ପୁରାତନ ରୋଗର ଉପଶମ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।
କୁମ୍ଭ : ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।