୨ ମାର୍ଚ୍ଚ, ‍‍ଶନିବାର; ଶତ୍ରୁମାନେ ପରାଜିତ ହେବେ

କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ ।

Representational Image

  • Published: Saturday, 02 March 2024
  • , Updated: 02 March 2024, 07:25 AM IST

ମେଷ: ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ । ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦୂର ହୋଇଯିବ । ସନ୍ତାନମାନେ ଆଜ୍ଞାଧୀନ ହେବେ । ଶାରୀରିକ ମାନସିକ ତଥା ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଘଟିବ ।

ବୃଷ: କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ । ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ।

ମିଥୁନ: ଶତ୍ରୁମାନେ ପରାଜିତ ହେବେ। ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ଆୟ ବୃଦ୍ଧି ଘଟିବ । କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ ।  

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ କୌଣସି କାରଣ ପାଇଁ ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ବନ୍ଧୁଙ୍କର ଆଗମନ ହେବ ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ ।

ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ। ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସହଜ ସରଳରେ ନୂତନ କର୍ମ ନିଯୁକ୍ତି ପାଇବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ମୀନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବାସହ ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ସରଳ ହେବ। ଶିକ୍ଷାକ୍ଷେତ୍ରରେ ପ୍ରଶଂସିତ ହେବାସହ ଜୀବନସାଥୀଙ୍କ ପ୍ରତି ମନରେ ସମ୍ମାନ ଜାଗ୍ରତ ହେବ।

Related story