୨୦ ଡିସେମ୍ବର, ଗୁରୁବାର: ଧଳା ବସ୍ତ୍ର ଦାନ କରନ୍ତୁ

ମେଷ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବୃଷ: ମନରେ ଦ୍ୱନ୍ଦ୍ୱ ଲାଗି ରହିବ। ତେଣୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମିଥୁନ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କର୍କଟ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4

Tapaswini Nayak
  • Published: Thursday, 20 December 2018
  • Updated: 20 December 2018, 07:31 AM IST

Sports

Latest News

ମେଷ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବୃଷ: ମନରେ ଦ୍ୱନ୍ଦ୍ୱ ଲାଗି ରହିବ। ତେଣୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ସିଂହ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ଧଳା ବସ୍ତ୍ର ଦାନ କରନ୍ତୁ।

ତୁଳା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବିଚ୍ଛା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଲୋକ ସମ୍ପର୍କ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ଧନୁ: ଅଳସୁଆ ଲାଗିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମକର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

କୁମ୍ଭ: ଦିନଟି ଭଲରେ କଟିବ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କଲେ ସଫଳତା ପାଇବେ। ମାନ-ସମ୍ମାନ ବଢ଼ିବ।

ମୀନ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିପାରେ। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos