Advertisment

୨୦ ଡିସେମ୍ବର, ବୁଧବାର; ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ

ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଜାଗ୍ରତ ହେବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିପାରିବେ ।

author-image
Tapaswini Nayak
Rasi

Rasi

ମେଷ: ରାଜନୀତିରେ ଥିବା ବ୍ୟକ୍ତି ଅପମାନିତ ହେବେ। ପାରିବାରିକ ଅଶାନ୍ତି ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ । ଅଯଥାରେ ଅର୍ଥହାନୀ ହେବାରୁ ମନ ଭଲ ରହିବ ନାହିଁ ।

Advertisment

ବୃଷ: ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଓ ବ୍ୟବସାୟରେ ଲାଭ ପାଇବେ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ ।

ମିଥୁନ: ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଜାଗ୍ରତ ହେବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିପାରିବେ ।

Advertisment

କର୍କଟ: ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହୋଇପାରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି। କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଖୁସି ଖବର ମିଳିବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ଛାତ୍ରଛାତ୍ରୀ ଚାକିରୀ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ଆଗ ଅପେକ୍ଷା ଆୟ ଅଧିକ ହେବାରୁ ମନ ଖୁସି ରହିବ। ରାଜନୀତି କରୁଥିବା ବ୍ୟକ୍ତି ଲାଭ ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ।

ମୀନ: କର୍ମକ୍ଷେତ୍ରରେ ଅପମାନ ପାଇବେ ଓ ଗୁପ୍ତଶତ୍ରୁ ଅସୁବିଧାରେ ପକାଇପାରନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ମନରେ ଅସ୍ଥିରତା ବୃଦ୍ଧି ହେବ ଏବଂ କାହା ସହ କଳହ ହୋଇପାରେ। ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ନାହିଁ ବରଂ ଅସୁବିଧାରେ ପଡ଼ିପାରନ୍ତି ।

Astrology Daily Horoscope