୨୦ ଜୁଲାଇ, ବୁଧବାର: ମାନସିକ ଅଶାନ୍ତି ଦେଇ ଗତି କରିବେ

 ମେଷ : ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି ।  ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ  ପାଇବେ। ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ । ବୃଷ : ମାନସିକ ଅଶାନ୍ତି ଦେଇ ଗତି କରିବେ । ଚାଲିଥିବା କାର୍ଯ୍ୟ ହଠାତ୍ ବନ୍ଦ ହେବାର ସମ୍ଭାବନା ରହିଛି । ଶାରିରୀକ ଅସୁସ୍ଥତା ମଧ୍ୟ ଦେଖାଦେଇପାରେ ।  ମିଥୁନ : କର୍ମକ୍ଷେତ୍ରରେ ସଫଳତା ପାଇବେ । ମାନସିକ ଚାପ ଅନୁଭବ କରିବେ । ଦୂରଯାତ୍ରାର […]

RASI

RASI

Niharika Rout
  • Published: Wednesday, 20 July 2022
  • Updated: 20 July 2022, 08:09 AM IST

Sports

Latest News

 ମେଷ : ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି ।  ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ  ପାଇବେ। ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ ।

ବୃଷ : ମାନସିକ ଅଶାନ୍ତି ଦେଇ ଗତି କରିବେ । ଚାଲିଥିବା କାର୍ଯ୍ୟ ହଠାତ୍ ବନ୍ଦ ହେବାର ସମ୍ଭାବନା ରହିଛି । ଶାରିରୀକ ଅସୁସ୍ଥତା ମଧ୍ୟ ଦେଖାଦେଇପାରେ ।

 ମିଥୁନ : କର୍ମକ୍ଷେତ୍ରରେ ସଫଳତା ପାଇବେ । ମାନସିକ ଚାପ ଅନୁଭବ କରିବେ । ଦୂରଯାତ୍ରାର ସୁଯୋଗ ଆସିବ ଓ ଯାତ୍ରାରେ ଶୁଭଫଳ ପାଇବେ ।

କର୍କଟ: ଆଜି ହସ ଖୁସିରେ ଦିନଟି କାଟିବେ । କୌଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଆମଦାନୀ ରପ୍ତାନୀ କାରବାରରେ ଲାଭବାନ ହେବେ । ବୁଦ୍ଧି ବିବେକ ଓ ଜ୍ଞାନ ବଳରେ ପୂର୍ବ ସମସ୍ୟାର ସରଳ ସମାଧନ କରିବେ ।

ସିଂହ: ଆଜି ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଅପରାହ୍ନରେ କୌଣସି ଶୁଭଖବର ପାଇ ଖୁସି ହେବେ, ପରିବାରରେ ଭାତୃ ସମ୍ପର୍କ ସୁଦୃଢ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ ।

କନ୍ୟା: ଆଜି କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଜୀବନସାଥୀର ସାହାଯ୍ୟ ସହଯୋଗ ପାଇ ମନୋବଳ ସୁଦୃଢ ହେବ । ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ ।

ତୁଳା: ଆଜି ମାନସିକ ଚିନ୍ତା ସହ ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ । କୌଣସି ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟାୟରେ ପହଞ୍ଚିବେ। ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ବିଛା: ଆଜି ବହୁଦିନର ଆଶା ଅଭିଳାଷ ପୁରଣ ହେବ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମହିଳାମାନେ ଆମୋଦ ପ୍ରମୋଦରେ ଦିନଟି କାଟିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ଧନୁ: ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ ।  ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କେହି ଜଣେ ସହୃଦୟ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ ।  ବିଦ୍ୟାର୍ଥୀମାନେ ପଢାପଢ଼ାରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ମକର: ଆଜି ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ। ପିତାମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଅପରାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି । ଆୟ ବୃଦ୍ଧି ଘଟିବ । ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ।

କୁମ୍ଭ: ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ନୂତନ କର୍ମାରମ୍ଭ କରିପାରନ୍ତି । ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବା ସହ ପ୍ରଶଂସିତ ହେବେ, ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନୋନିବେଶ କରିବେ।

ମୀନ: ଆଜି ଦୁର୍ବଳତା ଅନୁଭବ କରିବେ । ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ । ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ। କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇପାରିବେ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos