ମେଷ: ଚିନ୍ତିତ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବୃଷ: ଦିନଟି ଏତେଟା ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
ମିଥୁନ: ଦାମ୍ପତ୍ୟ ଜୀବନ ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଅଳସୁଆ ଅନୁଭବ କରିବେ।
କର୍କଟ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟରେ କ୍ଷତି ସହିପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।
ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖାଦ୍ୟପେୟ ଉପରେ ନଜର ରଖନ୍ତୁ।
କନ୍ୟା: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦ୍ୱିପ୍ରହର ପରେ କୌଣସି କଥାକୁ ନେଇ ଚିନ୍ତିତ ହୋଇପାରନ୍ତି।
ତୁଳା: ଆତ୍ମବିଶ୍ୱାସ ବଢ଼ିବ। ମନୋରଞ୍ଜନ ପାଇଁ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧୈର୍ଯ୍ୟ ସହ କାର୍ଯ୍ୟ କରନ୍ତୁ।
ବିଛା: ଘରେ ସୁଖଶାନ୍ତିର ପରିବେଶ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ଧନୁ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଘରେ ଧାର୍ମିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
ମକର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।
କୁମ୍ଭ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।
ମୀନ: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କାହାକୁ ଟଙ୍କା ଦିଅନ୍ତୁ ନାହିଁ, ନମିଳିବାର ସମ୍ଭାବାନା ରହିଛି।