୨୧ ଅକ୍ଟୋବର, ଶୁକ୍ରବାର: ପରିଚାଳନାଗତ ଦାୟିତ୍ୱ ବୃଦ୍ଧି ପାଇବ

ବୃଷ: ସାହିତ୍ୟ ଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ ଓ ଆୟ ଅପରିବର୍ତ୍ତିତ ରହିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଶାତୀତ ଲାଭବାନ୍ ହେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ମିଥୁନ: ଶତୃମାନେ ମିତ୍ର ଭାବ ଆଚରଣ କରିବେ ଓ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ । ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ […]

RASI

  • Published: Friday, 21 October 2022
  • , Updated: 21 October 2022, 07:52 AM IST

ବୃଷ: ସାହିତ୍ୟ ଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ ଓ ଆୟ ଅପରିବର୍ତ୍ତିତ ରହିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆଶାତୀତ ଲାଭବାନ୍ ହେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ ।

ମିଥୁନ: ଶତୃମାନେ ମିତ୍ର ଭାବ ଆଚରଣ କରିବେ ଓ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ । ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ ।

କର୍କଟ: ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ସିଂହ: ପୁରାତନ ରୋଗର ଉପଶମ ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଛାତ୍ରଛାତ୍ରୀମାନେ ବାହ୍ୟ ଦେଶକୁ ଯାତ୍ରା କରିବାର ଯୋଗାଯୋଗ କରିପାରନ୍ତି। ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ।

କନ୍ୟା: ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ପାଇବେ ଓ କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ।

ତୁଳା:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ତୁଲାଇପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ।

ବିଚ୍ଛା:ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆଶାଜନକ ଲାଭ ପ୍ରାପ୍ତିହେବ। । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର:କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

କୁମ୍ଭ :ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିପାରନ୍ତି।

ମୀନ:କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ।  ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ।

Related story